ଭୁବନେଶ୍ଵର: ଆସନ୍ତାକାଲି ଖୋଲା ରହିବ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ । ମାର୍ଚ୍ଚ ୫ ତାରିଖ ତଥା ଆସନ୍ତାକାଲି ରାଜ୍ୟର ସବୁ ସ୍କୁଲ ଖୋଲା ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ନିର୍ଦ୍ଦେଶ ଜାରି ହୋଇଛି । ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଏନେଇ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି । ସମସ୍ତ ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ସ୍କୁଲ ଆସନ୍ତାକାଲି ଖୋଲା ରହିବ ।