ଆସନ୍ତା ୨୪ ଯାଏଁ ରାଜ୍ୟର ଏସବୁ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା

BREAKING NEWS

ଆସନ୍ତା ୨୪ ଯାଏଁ ରାଜ୍ୟର ଏସବୁ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ସ୍ଥାନରେ ଆହୁରି ପାଞ୍ଚ ଦିନ ପର୍ଯ୍ୟନ୍ତ ବର୍ଷା ସହ ବଜ୍ରପାତ ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ସୋମବାର ଆକଳନ କରିଛି।

ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା, ବଜ୍ରପାତ ଏବଂ ଅପରାହ୍ନ/ସନ୍ଧ୍ୟା ସମୟରେ ପୃଷ୍ଠ ପବନର ବେଗ ୪୦-୫୦ କିଲୋମିଟର ରହିବା ସହିତ ଝଡ଼ବର୍ଷାର ସମ୍ଭାବନା ଥିବା ନେଇ ଅରେଞ୍ଜ ସତର୍କତା ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ବଜ୍ରପାତ ସମୟରେ ସୁରକ୍ଷିତ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ସେହିଭଳି ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡରେ ବର୍ଷା, ବଜ୍ରପାତ ସହିତ ପବନର ବେଗ ୩୦-୪୦ କିଲୋମିଟର ବେଗରେ ବୋହିବ।

ମେ ୨୦-୨୧ରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନେପୁର, ବୌଦ୍ଧ, ନୁଆପଡା, ବାଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ ଜିଲ୍ଲାରେ ବର୍ଷା ସମ୍ଭାବନା।

Comments (0)
Add Comment