ଭଦ୍ରକରେ ୨୭୫ କୋଟି ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭଦ୍ରକ ଜିଲ୍ଲାର ବାଲିଆପଡା ଠାରେ ପ୍ରାୟ ୨୭୫ କୋଟି ଟଙ୍କାର ମୋଟ ୧୩ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ଏହା ସହିତ ଭଦ୍ରକରେ ସରକାରୀ ବିଶ୍ୱବିଦ୍ୟାଳୟ ସ୍ଥାପନା ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ବହୁ ଦିନରୁ ଦାବି ଥିବା ମେଡିକାଲ କଲେଜର ଭିତ୍ତିପ୍ରସ୍ତର ସ୍ଥାପନ ଖୁବ ଶୀଘ୍ର ଏହି ଜିଲ୍ଲାରେ ହେବ ଏବଂ ଏହା ସହିତ IOCL ପକ୍ଷରୁ ଭଦ୍ରକରେ ଏକ ଟେକ୍ନିକାଲ ଟେକ୍ସଟାଇଲ କମ୍ପ୍ଲେକ୍ସ ଓ MCPI ପ୍ରାଇଭେଟ୍ ଲିମିଟେଡ୍ ଦ୍ୱାରା ଗୋଟିଏ HMLS ପଲିଷ୍ଟର ଉତ୍ପାଦନ କମ୍ପାନୀ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେହିପରି ଭଦ୍ରକରେ ଥିବା ସମସ୍ତ ଶହୀଦ ପୀଠ ମାନଙ୍କର ସୌନ୍ଦର୍ଯ୍ୟକରଣ ହେବ।

Comments (0)
Add Comment