କଟକ ସମେତ ୧୦ଟି ଜିଲ୍ଲାକୁ ଅରେଞ୍ଜ ସତର୍କତା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଗୁରୁବାର ଅପରାହ୍ନ ୪ଟା ପର୍ଯ୍ୟନ୍ତ କଟକ ସହର ସମେତ ରାଜ୍ୟର ୧୦ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ସମୟ ମଧ୍ୟରେ ୪୦-୬୦ କିଲୋମିଟର ବେଗରେ ପବନ ବହିବା ସହିତ ମଧ୍ୟମ ଧରଣର ଝଡ଼ବର୍ଷା/ବଜ୍ରପାତ ନେଇ ଆଲର୍ଟ ଜାରି କରାଯାଇଛି। କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀ, କଟକ, ଅନୁଗୁଳ, ଢେଙ୍କାନାଳ, ବଲାଙ୍ଗୀର, ଯାଜପୁର ଏବଂ ନୟାଗଡର କିଛି ଅଂଶକୁ ପ୍ରଭାବିତ କରିପାରେ।

ତେବେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖିବାକୁ ଏବଂ ସେହି ଅନୁସାରେ ସୁରକ୍ଷିତ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

Comments (0)
Add Comment