ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ଓ ହୋମଗାର୍ଡଙ୍କ ଦୈନିକ ଭତ୍ତା ପରିମାଣ ବୃଦ୍ଧି କରିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କର ଦୈନିକ ଡ୍ୟୁଟି ଭତ୍ତା ପରିମାଣ ୩୧ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି ହୋଇଥିବା ବେଳେ ଦୈନିକ ଟ୍ରେନିଙ୍ଗ ଭତ୍ତା ପରିମାଣ ୨୮ ଟଙ୍କାରୁ ୧୪୦ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ମେ ପହିଲାଠାରୁ ଲାଗୁ ହେବ।
ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରକ୍ଷୀ ମାନଙ୍କ ଡ୍ୟୁଟି କଲ-ଅପ ଭତ୍ତା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଦୈନିକ ଡ୍ୟୁଟି କଲ-ଅପ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ଜାନୁଆରୀ ପହିଲାରୁ ଲାଗୁ ହେବ।