ଜୁଲାଇ ୨୩-୨୬ରେ ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ମୋଦି

 

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାରଠାରୁ ଚାରି ଦିନିଆ ବ୍ରିଟେନ ଏବଂ ମାଳଦ୍ୱୀପ ଗସ୍ତରେ ଯିବେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ଗସ୍ତର ମୁଖ୍ୟ ଉଦ୍ଦେଶ୍ୟ ବାଣିଜ୍ୟ, ନିବେଶ ଏବଂ ପ୍ରତିରକ୍ଷା କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କକୁ ମଜବୁତ କରିବ ବୋଲି ବିଶ୍ୱାସ କରାଯାଉଛି।

ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ଗସ୍ତ ସମ୍ପର୍କରେ ସୂଚନା ଦେଇ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ କହିଛି ଯେ ପ୍ରଧାନମନ୍ତ୍ରୀ ତାଙ୍କ ଗସ୍ତର ପ୍ରଥମ ପର୍ଯ୍ୟାୟରେ ବ୍ରିଟେନ ଯିବେ। ଯେଉଁଠୀ ସେ ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କୁ ଭେଟିବେ। ଏହି ସମୟରେ ଦୁଇ ଦେଶର ନେତାଙ୍କ ମଧ୍ୟରେ ଅନେକ ପ୍ରସଙ୍ଗ ଉପରେ ଆଲୋଚନା ହେବ।

ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ଗସ୍ତ ସମ୍ପର୍କରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି କରି କହିଛି ଯେ ପ୍ରଧାନମନ୍ତ୍ରୀ ମୋଦି ଭାରତ-ବ୍ରିଟେନ ଦ୍ୱିପାକ୍ଷିକ ସମ୍ପର୍କର ସମସ୍ତ ଦିଗ ଉପରେ ପ୍ରଧାନମନ୍ତ୍ରୀ ଷ୍ଟାରମରଙ୍କ ସହ ବ୍ୟାପକ ଆଲୋଚନା କରିବେ। ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ଗୁରୁତ୍ୱର ପ୍ରସଙ୍ଗରେ ମତ ବିନିମୟ କରିବେ।

ଉଲ୍ଲେଖଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୩-୨୪ ଜୁଲାଇରେ ବ୍ରିଟେନ ଗସ୍ତ କରିବେ। ସେ ବ୍ରିଟେନର ରାଜା ଚାର୍ଲ୍ସ ତୃତୀୟଙ୍କୁ ମଧ୍ୟ ଭେଟିବାର ଆଶା କରାଯାଉଛି।

Comments (0)
Add Comment