ଆସନ୍ତା ୨୫ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା; ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ୨୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

୨୧ ତାରିଖ ବା ଗୁରୁବାର ଦିନ ବଜ୍ରପାତ ପାଇଁ ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲୀ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଆଦି ରହିଛି।

ଏଥିସହ ୨୪ ତାରିଖ ଯାଏଁ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ମନା କରାଯାଇଛି ।

Comments (0)
Add Comment