ଭଦ୍ରକରେ ବନ୍ୟା ସ୍ଥିତି; ୨ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା

 

ଭଦ୍ରକ: ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ଯାହା ଫଳରେ ଭଦ୍ରକ ଜିଲ୍ଲା ପ୍ରଶାସନ ସ୍କୁଲ ଗୁଡ଼ିକୁ ଦୁଇ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି।

 

ଧାମନଗର ବ୍ଲକ ଅନ୍ତର୍ଗତ ସାହାଡା, ଅର୍ଜୁନପୁର, ହସିନାବାଦ ଏବଂ ପ୍ରଧାନୀ ପଞ୍ଚାୟତର ପ୍ରାୟ ୨୫ଟି ସ୍କୁଲ ସୋମବାର ଏବଂ ମଙ୍ଗଳବାର ବନ୍ଦ ରହିବ।

ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି। ଏହାର ପ୍ରଭାବରେ ଆଗାମୀ ତିନିରୁ ଚାରି ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି ଭଦ୍ରକକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ତେବେ ରାଜ୍ୟରେ ଅଗଷ୍ଟ ୨୫ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି।

Comments (0)
Add Comment