ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା; ଶିକ୍ଷକଙ୍କ ସ୍ୱାର୍ଥକୁ…

ଭୁବନେଶ୍ବର:ସୁପ୍ରିମକୋର୍ଟ ଶିକ୍ଷକ ନିଯୁକ୍ତି ପାଇଁ ଟିଇଟି (ଟିଚର୍ସ ଇଲିଜିବିଲିଟି ଟେଷ୍ଟ୍‌)କୁ ବାଧ୍ୟତାମୂଳକ(TET Mandatory ) କରିଛନ୍ତି। ଏହି ରାୟ ପ୍ରକାଶ ପାଇବା ପରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି, ବିଭାଗ ଏହା ଉପରେ ତର୍ଜମା କରିବ। ଶିକ୍ଷକଙ୍କ ସ୍ୱାର୍ଥ ବି ଦେଖିବାର ଆବଶ୍ୟକତା ରହିଛି । ଏଥିସହ ମନ୍ତ୍ରୀ କହିଛନ୍ତି ଯେ, ସବୁ ଦିଗକୁ ବିଚାର କରିବା ସହ ଶିକ୍ଷକଙ୍କ ସ୍ୱାର୍ଥକୁ ଗୁରୁତ୍ୱ ଦିଆଯିବ ।

ସୁପ୍ରିମକୋର୍ଟ କହିଛନ୍ତି, ଚାକିରିରେ ଥିବା ଶିକ୍ଷକମାନଙ୍କୁ ୨ ବର୍ଷରେ TET ପାସ୍ କରିବାକୁ ପଡ଼ିବ। ଅବସର ୫ ବର୍ଷରୁ ଅଧିକ ଥିଲେ TET ଉତ୍ତୀର୍ଣ୍ଣ ହେବା ବାଧ୍ୟତାମୂଳକ। ଯଦି ଶିକ୍ଷକମାନେ ୨ ବର୍ଷ ମଧ୍ୟରେ ଟିଇଟିରେ ଉତ୍ତୀର୍ଣ୍ଣ ହେବେନାହିଁ ତେବେ ସେମାନେ ବାଧ୍ୟତାମୂଳକ ଅବସର ନେବେ।

ଏଥିସହ ବର୍ତ୍ତମାନ ଶିକ୍ଷକତା କରୁଥିବା ଶିକ୍ଷକମାନେ ମଧ୍ୟ ପଦୋନ୍ନତି ପାଇବା ପାଇଁ ଟିଇଟି ଯୋଗ୍ୟତା ହାସଲ କରିବା ବାଧ୍ୟତାମୂଳକ। ସଂଖ୍ୟାଲଘୁଙ୍କ ଶିକ୍ଷାନୁଷ୍ଠାନ କ୍ଷେତ୍ରରେ ନିଷ୍ପତ୍ତି ବୃହତ ଖଣ୍ଡପୀଠ ନେବେ।

Comments (0)
Add Comment