କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ନେଇ ବଡ ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର: କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ସମ୍ପର୍କରେ ବଡ ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି ଯେ, କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ରଦ୍ଦ ହୋଇନାହିଁ । ଆଜି ବିଧାନସଭାରେ ଏହି ଉତ୍ତର ରଖିଛନ୍ତି ମନ୍ତ୍ରୀ ।

ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ମହାପାତ୍ର କହିଛନ୍ତି ଯେ, ଏହି ପ୍ରକଳ୍ପ ଏବେ ରାଜ୍ୟ ସରକାରଙ୍କ ପରୀକ୍ଷାଧୀନ ରହିଛି । ଏଥିପାଇଁ ଆନ୍ତଃ ମନ୍ତ୍ରିସ୍ତରୀୟ କମିଟି ଗଠନ କରାଯାଇଛି । କମିଟିର ରିପୋର୍ଟ ଓ ସୁପାରିଶ ପ୍ରାପ୍ତ ହେବା ପରେ ସରକାର ଆଗାମୀ ଦିନରେ ଅନ୍ତିମ ସିଦ୍ଧାନ୍ତ ନେବେ ।

ବର୍ତ୍ତମାନ ଏହି ମେଟ୍ରୋ ପ୍ରକଳ୍ପ ପାଇଁ ମୋଟ ୨୭୭.୩୬ କୋଟି ଟଙ୍କା ଖର୍ଚ୍ଚ ହୋଇଛି ଏବଂ ସେହି ଖର୍ଚ୍ଚ ମଧ୍ୟରୁ ୨୦୨୪ ଜୁନ୍ ୧୨ ତାରିଖ ପରେ ୨୫୨.୦୫ କୋଟି ଟଙ୍କା ପ୍ରଦାନ କରାଯାଇଛି ବୋଲି ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।

Comments (0)
Add Comment