ଗଭୀର ଅବପାତ ପ୍ରଭାବରେ ପ୍ରବଳ ବର୍ଷା, ଏହି ସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା। ଗଭୀର ଅବପାତ ପ୍ରଭାବରେ ତୁହାକୁ ତୁହା ବର୍ଷା ହେଉଛି। ଗୋପାଳପୁର ନିକଟରେ ଓଡ଼ିଶା ଉପକୂଳ ଅତିକ୍ରମ କଲା ଗଭୀର ଅବପାତ। ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଦକ୍ଷିଣ ଓଡ଼ିଶା ଦେଇ ଆଗକୁ ଗତି କରିବାର ସମ୍ଭାବନା ରହିଛି। ଆଜି ଧୀରେ ଧୀରେ ଦୁର୍ବଳ ହୋଇ ଏହା ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। କିଛି ସ୍ଥାନର ପ୍ରବଳରୁ ଅତିପ୍ରବଳ ବର୍ଷା ହେଉଛି ।

ଆଜି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୭ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରେଡ୍ ଆଲର୍ଟ ଜାରି କରିଥିଲା ଆଇଏମଡି । ରେଡ୍ ୱାର୍ଣ୍ଣିଂ ଜୋନରେ ଥିଲା କୋରାପୁଟ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲା।

ସେହିପରି ୧୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଥିଲା । ଆଜି ଅତି ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । କାଲି ପ୍ରବଳ ବର୍ଷା ସମ୍ଭାବନା ଥିବା କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା ଓ ବରଗଡ଼କୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ।

Comments (0)
Add Comment