ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷା (UPSC) ରେ ଅଲ୍ ଇଣ୍ଡିଆ ର‍୍ୟାଙ୍କ ୧୦୦ ହାସଲ କରିଛନ୍ତି କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକର ମେଧାବୀ ଛାତ୍ର ସାତ୍ତ୍ୱିକ ସତ୍ୟକାମ ଦେବତା । ସେ ଆଜି ତାଙ୍କ ପିତାମାତାଙ୍କ ସହ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ସାତ୍ତ୍ୱିକଙ୍କୁ ଅଭିନନ୍ଦନ ଜଣାଇବା ସହ ତାଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇଥିଲେ । ସେ କହିଥିଲେ ଯେ, ଏଭଳି ସଫଳତା ରାଜ୍ୟ, ବିଶେଷ କରି କେନ୍ଦୁଝର ଜିଲ୍ଲାର ଅନ୍ୟ ଯୁବପିଢ଼ିଙ୍କ ପାଇଁ ପ୍ରେରଣା ହେବ ।

ମୁଖ୍ୟମନ୍ତ୍ରୀ ସାତ୍ତ୍ୱିକଙ୍କୁ ଶୁଭେଚ୍ଛା ଜଣାଇ କହିଥିଲେ ଯେ, ଲୋକଙ୍କ ସେବା କରିବା ହିଁ ପ୍ରଶାସନିକ ସେବାର ମୂଳ ଲକ୍ଷ୍ୟ । ଦେଶ ଓ ସମାଜର ଉନ୍ନତି ପାଇଁ ନିଷ୍ଠାର ସହିତ କାମ କରିବାକୁ ମୁଖ୍ୟମନ୍ତ୍ରୀ ସାତ୍ତ୍ୱିକଙ୍କୁ ପରାମର୍ଶ ଦେଇଥିଲେ ।

Comments (0)
Add Comment