ଆହୁରି ଦୁଇ ଦିନ ପ୍ରବଳ ବର୍ଷିବ! ଆଜି ବର୍ଷାରେ ବେହାଲ ଭୁବନେଶ୍ୱର

ବଙ୍ଗୋପସାଗର ଅଞ୍ଚଳରେ ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆଜି ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ଆସନ୍ତାକାଲି ଓ ତା’ ପରଦିନ ମଧ୍ୟ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେପଟେ ଆଜିର ବର୍ଷାରେ ବେହାଲ ହୋଇଛି ରାଜଧାନୀ ଭୁବନେଶ୍ୱର। ଅନେକ ସ୍ଥାନ ଜଳମଗ୍ନ ହୋଇଛି। ଯେଉଁଥିପାଇଁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇଛି।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ପୁରୀ, କଟକ, ଖୋର୍ଦ୍ଧା, ଗଞ୍ଜାମ, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ୱଲପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ବରଗଡ଼, ରାୟଗଡ଼ା, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଶୁକ୍ରବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଗଜପତି, ଗଞ୍ଜାମ, ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

#Odisha#State
Comments (0)
Add Comment