ଆଜିଠୁ ରାଜ୍ୟରେ ବଦଳିବ ପାଗ, କମିବ ବର୍ଷାର ପରିମାଣ

ରାଜ୍ୟରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଛତିଶଗଡ଼ ମୁହାଁ ହେଉଛି। ଫଳରେ ରାଜ୍ୟ ତମାମ ଜାରି ରହିଥିବା ବର୍ଷାରେ ଲାଗିବ ସାମାନ୍ୟ ବିରାମ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା ଅନୁସାରେ, ସକ୍ରିୟ ଲଘୁଚାପ କ୍ଷେତ୍ର ଧୀରେ ଧୀରେ ଛତିଶଗଡ ମୁହାଁ ହେଉଥିବାରୁ ଆଜିଠୁ ରାଜ୍ୟରେ ବର୍ଷାର ପ୍ରଭାବ କମିବାର ସମ୍ଭାବନା ରହିଛି। ହେଲେ ଗୋଟିଏ  ଦୁଇଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା  ଥିବା ବେଳେ କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ନବରଙ୍ଗପୁର, ନୂଆପଡ଼ା, ବରଗଡ଼ର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ବର୍ଷା ରହିଛି। ତେବେ ଆଜିଠୁ ୩ରୁ ୪ଦିନ ଯାଏ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। ହେଲେ ଭୁବନେଶ୍ୱରରେ ଆକାଶ ମେଘାଚ୍ଛନ୍ନ ରହିବ। ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ୨୫ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ୨୩ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଏନେଇ ସୂଚନା ଦେଇଛନ୍ତି ଶ୍ରୀ ଦାସ।

#Odisha#State
Comments (0)
Add Comment