ମଣିପୁରରୁ ସୁରକ୍ଷିତ ଭାବେ ଭୁବନେଶ୍ବର ପହଞ୍ଚିଲେ ଓଡ଼ିଆ ଛାତ୍ରଛାତ୍ରୀ

ଭୁବନେଶ୍ବର: ମଣିପୁରର କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟରେ ପଢୁଥିବା ଦଶ ଜଣ ଓଡିଆ ଛାତ୍ରଛାତ୍ରୀମାନେ ଆଜି ସୁରକ୍ଷିତ ଭାବରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ‘ଓଡ଼ିଶା ମୋ ପରିବାର’ ପକ୍ଷରୁ ଜାତିଗତ ହିଂସାରେ ଆକ୍ରାନ୍ତ ମଣିପୁରରେ ପାଠ ପଢୁଥିବା ଓଡ଼ିଆ ଛାତ୍ରଛାତ୍ରୀମାନଙ୍କୁ ଓଡ଼ିଶା ଆଣିବାକୁ ଉଦ୍ୟମ ଆରମ୍ଭ ହୋଇଥିଲା।

ଗତକାଲି ରାତିରେ ସେମାନଂକୁ କୋଲକାତା ଅଣାଯାଇଥିଲା। ଆଜି ପୂର୍ବାହ୍ନରେ ସେମାନେ ଆସି ଭୁବନେଶ୍ବରରେ ପହଞ୍ଚିଥିଲେ।ଭୁବନେଶ୍ବରରେ ପହଞ୍ଚିଲା ପରେ ସେମାନେ ନବୀନ ନିବାସ ଯାଇ ମୁଖମନ୍ତ୍ରୀଙ୍କୁ ଭେଟିଥିଲେ। ସୁରକ୍ଷିତ ଭାବରେ ସେମାନଂକୁ ଭୁବନେଶ୍ବର ଫେରାଇଆଣି ଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ ସେମାନଙ୍କୁ ସେମାନଙ୍କ ପାଠ ପଢା ବିଷୟରେ ପଚାରି ବୁଝିବା ସହ ଖୂବ୍ ଶୀଘ୍ର ମଣିପୁରରେ ସ୍ୱାଭାବିକ ଅବସ୍ଥା ଫେରି ଆସିବ ବୋଲି ଆଶା ବ୍ୟକ୍ତ କରିଥିଲେ। ପିଲାମାନଙ୍କୁ ହକି ଜର୍ସି ଦେଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ସ୍ଵାଗତ କରିଥିଲେ।

Comments (0)
Add Comment