କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର: ଓଆରଏଚଡିସି ଦୁର୍ନୀତି ମାମଲାରେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ଜାମିନ ପ୍ରଦାନ କଲେ ସୁପ୍ରିମକୋର୍ଟ। ମୋକିମଙ୍କ ଆବେଦନକୁ ଶୁଣାଣି ପାଇଁ ଗ୍ରହଣ କରିବା ସହ ଭିଜିଲାନ୍ସ କୋର୍ଟକୁ ନୋଟିସ କରିଛନ୍ତି ସର୍ବୋଚ୍ଚ ଅଦାଲତ। ଓଆରଏଚଡିସି ଦୁର୍ନୀତି ମାମଲାରେ ମୋକିମଙ୍କୁ ୩ବର୍ଷ ଜେଲ ଦଣ୍ଡାଦେଶ ଦେଇଥିଲେ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ। ଭିଜିଲାନ୍ସ କୋର୍ଟଙ୍କ ରାୟକୁ କାଏମ ରଖିଥିଲେ ଓଡ଼ିଶା ହାଇକୋର୍ଟ। ଏହାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ମହମ୍ମଦ ମୋକିମ।
Comments (0)
Add Comment